ସନାତନ ଧର୍ମ ଅନୁସାରେ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି; ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ; ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥା; ଇଂରାଜି କ୍ୟାଲେଣ୍ଡର ଅନୁସାରେ ଜନ୍ମାଷ୍ଟମୀ ପ୍ରାୟ ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏଦ୍ୱାପର ଯୁଗରେ ରାକ୍ଷସ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଶ୍ରୀକୃଷ୍ଣ ଅବତାର ନେଇ ଭଗବାନ ବିଷ୍ଣୁ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ; କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର- ବୃଷରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମ ଲାଭ କରିଥିଲେ; ବନ୍ଦିଶାଳାରେ ମାତା-ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ଯେ ‘ସେ ଦୁଷ୍ଟ ଶକ୍ତିର ବିନାଶ ଓ ଧର୍ମ ପ୍ରତିଷ୍ଠା ନିମନ୍ତେ ମାନବ ରୂପ ଧାରଣ କରି ଅବତାର ଗ୍ରହଣ କରିଛନ୍ତି; ପୃଥିବୀକୁ କଂସର ଅତ୍ୟାଚାରରୁ ମୁକ୍ତ କରିବା ନିମନ୍ତେ ବ୍ରହ୍ମାଙ୍କ ସହ ଦେବଗଣଙ୍କ ଅନୁରୋଧ ରକ୍ଷାକରି ସେ ଜନ୍ମ ନେଇଥିଲେ; ଗୋପରେ ନନ୍ଦରାଜାଙ୍କ ଘରେ ବାଲ୍ୟ ଲୀଳା କରିବେ; ତେଣୁ ସେଠାରେ ଜନ୍ମ ନେଇଥିବା ବିଜୁଳୀ କନ୍ୟାକୁ ବନ୍ଦୀଶାଳାକୁ ଆଣି ତାଙ୍କୁ ନେଇ ଗୋପପୁରରେ ନନ୍ଦରାଜାଙ୍କ ଘରେ ସମସ୍ତଙ୍କ ଅଗୋଚରରେ ତାଙ୍କୁ ନେଇ ଛାଡ଼ି ଆସିବାକୁ ବାସୁଦେବଙ୍କୁ ନିର୍ଦ୍ଦେଶ କରିଥିଲେ’

ପରଂବ୍ରହ୍ମଙ୍କ ଆଜ୍ଞାକୁ ମାନି ପିତା ବସୁଦେବ ନବଜାତ ପୁତ୍ରକୁ କୋଳରେ ଧରି ଅନ୍ଧାର ରତିରେ ବାହାରିଲେ; ଭାଗବତରେ ବର୍ଣ୍ଣିତ କଥାମୃତ ଅନୁଯାୟୀ ବନ୍ଦିଶାଳା ଦିବ୍ୟ ଆଲୋକରେ ଆଲୋକିତ ହେଇଗଲା ଏବଂ ବସୁଦେବଙ୍କ ଗୋଡ଼ରୁ ବେଡ଼ି ଖୋଲିବା ସହ ବନ୍ଦିଶାଳାର ଦ୍ୱାର ମଧ୍ୟ ଆପେଆପେ ଖୋଲିଗଲା; ପ୍ରବଳ ବର୍ଷା ସାଙ୍ଗକୁ ଅନ୍ଧାର ରାତିରେ ବସୁଦେବ ପୁତ୍ରକୁ ନେଇ ଉଛୁଳି ଉଠୁଥିବା ଯମୁନା ନଦୀ ପାର ହେଇ ଗୋପପୁର ଗଲେ; ପ୍ରଭୁ ବର୍ଷାରେ ଓଦା ହେଇଯାଉଥିବା ଦେଖି ନାଗରାଜା ଅନନ୍ତ ବାସୁକି ନିଜର ବିଶାଳ ଫଣା ଢାଙ୍କି ତାଙ୍କ ସହ ଗମନ କରିଥିଲେ; ତେବେ ସବୁ ବାଧାବିଘ୍ନ ଅତିକ୍ରମ କରି ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦରାଜାଙ୍କ ଘରେ ବସୁଦେବ ଛାଡି ଆସିଥିଲେ

LEAVE A REPLY

Please enter your comment!
Please enter your name here